ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ାର ତାପମାତ୍ରା ୪୦ ଡିଗ୍ରୀ

ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ାର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।