ଆଜିର ରାଶଫଳ: ଅପ୍ରେଲ ୧୮ ତାରିଖ ୨୦୨୩ (ମଙ୍ଗଳ ବାର)
କେମିତି ରହିବ ଆପଣଙ୍କ ଦିନ ? ମୁଖ୍ୟତ ଅଧ୍ୟୟନଓ ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? ଏହିପରି ମନରେ ଉଙ୍କିମାରୁଥିବା ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ https://shaksinews.com/ ସହ ଯୋଡ଼ି ହୋଇ ରୁହନ୍ତୁ।
ମେଷ: ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ |
ବୃଷ: ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ | ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ |
ମିଥୁନ: ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |
କର୍କଟ: ଶୁଭ ଦିନ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
ସିଂହ: ବ୍ୟୟବୃଦ୍ଧି ହେବା ସହ ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
କନ୍ୟା: ବ୍ୟାପାର ଲାଭଦାୟୀ ରହିବ | ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |
ତୁଳା: ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |
ବିଛା: କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |
ଧନୁ: ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି |
ମକର: ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ । ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ |
କୁମ୍ଭ: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |
ମୀନ: ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।