ଏବେ ମନ୍ଦିର ଖୋଲିବା ଆଶା କ୍ଷୀଣ: ବିଏମସି

ଭୁବନେଶ୍ୱର :ଆଜି ଭୁବନେଶ୍ୱର ରାମମନ୍ଦିର ସମ୍ମୁଖରେ ଓଡ଼ିଶା ସେବାୟତ ସଂଘ ପକ୍ଷରୁ ଘଂଟ ବାଡ଼େଇ ଶଙ୍ଖ ଫୁଙ୍କି ଆନ୍ଦୋଳନ କରାଯାଇଛି । ଓଡ଼ିଶାରେ ମନ୍ଦିର ଖୋଲିବା ସହ ସେବାୟତମାନଙ୍କୁ ସହାୟତା ପ୍ରଦାନ କରିବା ଦାବି ରଖିଛନ୍ତି । ରାଜଧାନୀର ଏବେ ମନ୍ଦିର ଖୋଲିବା ଆଶା କ୍ଷୀଣ ଵୋଲି ପ୍ରତିକ୍ରିୟା ରଖିଛନ୍ତି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଭୁବନେଶ୍ୱରରେ ଯେହେତୁ ସଂକ୍ରମଣ ହାର ବଢୁଛି , ତେଣୁ ଏବେ ରାଜଧାନୀରେ ମନ୍ଦିର ଖୋଲିବା ଆଶା କ୍ଷୀଣ ବୋଲି କହିଛନ୍ତି ବିଏମସି କମିଶନର । ସ୍ଥିତିର ସମୀକ୍ଷା ପରେ ଆଗାମୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।

ପ୍ରଶାସନର ଅବହେଳାକୁ ନେଇ ଓଡ଼ିଶା ମନ୍ଦିର ସେବାୟତ ସଂଘ ତରଫରୁ ୫ ଦଫା ଦାବି ନେଇ ଏହି ଆନ୍ଦୋଳନ କରାଯାଇଛି । ଚଳିତ ଅନଲକ ପର୍ଯ୍ୟାୟରେ ରାଜ୍ୟ ସରକାର ମନ୍ଦିର ଖୋଲିବା ନେଇ ସ‌ଂକେତ ଦେଇଥିଲେ ହେଁ ଚୂଡ଼ାନ୍ତ ନିଷ୍ପତ୍ତି ଦାୟିତ୍ବ ସ୍ଥାନୀୟ ପ୍ରଶାସନ ଉପରେ ନ୍ୟସ୍ତ କରିଛନ୍ତି । ହେଲେ ଏ ପର୍ଯ୍ୟନ୍ତ ମନ୍ଦିର ନ ଖୋଲିବାରୁ ପ୍ରତିବାଦ କରିଛନ୍ତି ସେବାୟତ।