ମେଷ: ପ୍ରତ୍ୟେକ ସ୍ତରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଉଚିତ ବା ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସଠିକ ଭାବରେ ସୁଧାରି ନେବେ। ଯେକୌଣସି କାର୍ଯ୍ୟ ସତର୍କତାର ସହ କରିବା ଭଲ ହେବ। ଦୂରଯାତ୍ରା କରିବାକୁ ପଡ଼ିପାରେ।
ବୃଷ: ବନ୍ଧୁମାନଙ୍କ ପ୍ରିୟଭାଜନ ହେବେ। କର୍ମକ୍ଷେତ୍ରସ୍ଥ ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍ସନ ଲାଗି ରହିବ ଏବଂ ପରିବର୍ତନହେବ। ଖର୍ଚ୍ଚ ପରିମାଣକୁ ବୃଦ୍ଧି ରହିବ। ସାମାଜିକ ସ୍ତରରେ ଶୁଭପ୍ରଦ । ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ: ସ୍ୱାସ୍ଥ୍ୟ କ୍ଷେତ୍ରରେ ଅସୁସ୍ଥତା କିଛି ସମୟପାଇଁ ରହିବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ଅତି ସତର୍କତା ଅବଲମ୍ବନ କରନ୍ତୁ। ସମାଜସେବାରେ ଲାଗିରହିବେ।
କର୍କଟ: ଆର୍ଥିକ କ୍ଷେତ୍ରରେ ଯଦି ସମସ୍ୟା ରହିଥାଏ ତାହାର ପୂର୍ଣ୍ଣଚ୍ଛେଦ ଅପରାହ୍ନରେ ପଡ଼ିଯିବ। ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇ ଦେଇପାରନ୍ତି। ମାଙ୍ଗଳିକ କାମ ସକାଶେ କର୍ମ ମୁଖର ରହିବେ। ପରିବାରରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।
ସି˚ହ: ସଠିକ ସମୟର ସଦୁପଯୋଗ କରିପାରିଲେ ଫାଇଦା ଉଠାଇବାରେ ଅସୁବିଧା ନାହିଁ। ମନରେ ସାହସ ବାନ୍ଧି କାମ କଲେ ସୁନିଚିନ୍ତ ସଫଳତା ପାଇବେ। ପାରିପାର୍ଶ୍ୱିକ ପରିସ୍ଥିତି ଶୁଭ ରହିବ। ଦିନଟି ଭଲରେ କାଟିବ ।
କନ୍ୟା: ସାଧାରଣ କଥାରେ ବିତର୍କ ସୃଷ୍ଟି ନକରିବା ଭଲ ହେବ। ବହୁତ ଦିନର ଅପୂରଣୀୟ ଆଶା ମନରେ ଭୟ ସୃଷ୍ଟି କରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ନିଜ ଲୋକଙ୍କୁ ସନ୍ଦେହ କରି ଅପ୍ରିୟତା ହେବେ।
ତୁଳା: ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବା ହେତୁ ମନ ଅସ୍ଥିର ରହିବ। ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ମାନସିକ ଅଶାନ୍ତି ଲାଗି ରହିବ।
ବିଛା: ସକାଳୁ ସକାଳୁ ବନ୍ଧୁମିଳନ ଓ ଧାର୍ମିକ କାର୍ଯ୍ୟରେ ମନ ଉଲ୍ଲସିତ ରହିବ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ସ୍ଥାନ, କାଳ, ପାତ୍ରକୁ ଗୁରୁତ୍ୱ ଦେବା ଭଲ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ।
ଧନୁ: ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ। ନିଜ ଲୋକଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇପାରନ୍ତି।
ମକର: ଆଜି ମନସ୍ଥ କାଯ୍ୟ ବିନା ପ୍ରତିବନ୍ଧକରେ ସମ୍ପନ୍ନ କରିବେ। କର୍ମକ୍ଷେତ୍ରରେ ଓ ପାରିବାରିକ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। କୌଣସି ସୁଖଦ ଶୁଭଖବର ପାଇ ମନ ବହୁତ ଖୁସି ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ରହିବେ।
କୁମ୍ଭ: ଆଜି ପ୍ରତ୍ୟେକ କାମ ସୁବିଧାରେ ସମ୍ପନ୍ନ ହେବ। କିଛି ସମସ୍ୟା ବଢ଼ିପାରେ। ବ୍ୟବସାୟକ୍ଷେତ୍ରରେ ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ଜମିଜମା ସମସ୍ୟା, ମାଲିମକଦ୍ଦମା, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ, ସତର୍କ ରହିବ ଭଲ।
ମୀନ: ରେ ଉଦ୍ୟମର ଅଭାବ ପରିଲକ୍ଷିତ ହେବ। ପ୍ରତ୍ୟେକ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ। ସମସ୍ୟା ରହିଥିଲେ ମଧ୍ୟ ସମାଧାନ ଦିଗ ବାହାରିଯିବ। ଯାତ୍ରା, ବାଣିଜ୍ୟ, ମାଲି ମକଦ୍ଦମା, ସାଙ୍ଗଠନିକ କ୍ଷେତ୍ରରୁ ସୁଫଳ ପ୍ରାପ୍ତି ହେବ। ବିଦ୍ୟା, ପ୍ରଶାସନ, ଲୋକ ସମ୍ପର୍କ, ଆଲୋଚନା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଅଗ୍ରଗତି ଅଛି।