ରାଶିଫଳ ବୁଧବାର : ଆଜି ଯେଉଁ କାମ କରିବାକୁ ଚାହିଁବେ ସେହି କାମ ଆରାମରେ ସଂପୂର୍ଣ୍ଣ ହୋଇଯିବ

Horoscope Wednesday-07-06-2023

ଯୋଗିନୀ ନୈଋତେ । ରାତ୍ରି ଘ୯।୫୫ ଗତେ ଦକ୍ଷିଣେ । ଯାତ୍ରା ନାସ୍ତି । ରାତ୍ରି ଘ୯।୫୫ ଗତେ ବିବାହ ଓ ପାଣିଗ୍ରହଣ । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ରାତ୍ରି ଘ୯।୪୦ ଗତେ ଧନିଷ୍ଠା ଶତଭିଷା ଉତ୍ତରଭାଦ୍ର ଅଶ୍ବିନୀ କୃତ୍ତିକା ମୃଗଶିରା ଆର୍ଦ୍ରା ପୁଷ୍ୟା ମଘା ଉତ୍ତରାଫାଃ ଚିତ୍ରା ସ୍ଵାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ପ୍ରାତଃ ଘ୫।୧୧ ଗତେ ମକର କୁମ୍ଭ ମୀନ ମେଷ କର୍କଟ ତୁଳା ବିଛା ଏ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି । ସିଂହ ରାଶିର ଘାତଚନ୍ଦ୍ର ।କର୍କଟ ରାଶିର ଘାତବାର । ଦିବା ଘ୮।୨୬ ଗତେ ଘ୧୦।୪ ମଧ୍ୟେ କାଳବେଳା । ଘ୧୧।୪୨ ଗତେ ଘ୧।୨୦ ମଧ୍ୟେ କାଳବେଳା । ରାତ୍ରି ଘ୨।୨୬ ଗତେ ଘ୩।୪୮ ମଧ୍ୟେ କାଳରାତ୍ରି ।ମୃତେ ରାତ୍ରି ଘ୯।୪୦ ମଧ୍ୟେ ପାଦ ଦୋଷ। ଫଳଂ ଗୋତ୍ରନାଶ ଓ ତିଳକାଞ୍ଚନ ଦାନ ।ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ମୂଳକ ରାତ୍ରି ଘ୯।୫୫ ଗତେ ଶ୍ରୀଫଳ(ବେଲ)ଭକ୍ଷଣ ନିଷେଧ । ପ୍ରାତଃ ଘ୫।୧୧ ଗତେ ଶରଣ ପଞ୍ଚକ ଦୋଷ । ତୃଣ କାଷ୍ଠ ଛେଦନ ନିଷେଧ । ଶରଣ ଆରମ୍ଭ।

ମେଷ: କାରବାରରେ ଅନିଶ୍ଚିତ ସ୍ଥିତି ଉତ୍ପନ୍ନ ହୋଇପାରେ। କାହାରି ପରାମର୍ଶ ଆପଣଙ୍କ କ୍ୟାରିୟରର ଦିଶା ବଦଳାଇ ଦେବ। ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ।ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।

ବୃଷ: ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। କୌଣସି କଥାକୁ ନେଇ ବଡ଼ ଭାଇଙ୍କ ସହିତ ମତଭେଦ ହୋଇପାରେ। ଛାତ୍ରଙ୍କୁ ଲେଖାପଢ଼ାରେ ଅଧିକ ପରିଶ୍ରମ କରିବାକୁ ହେବ। ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।

ମିଥୁନ: ଘରର କୌଣସି ମାମଲାରେ ଆପଣଙ୍କୁ ବଡ଼ ନିଷ୍ପତ୍ତି ନେବାକୁ ହେବ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ। ସମସ୍ତ କାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ। ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ। ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।

କର୍କଟ: ପିଲାମାନଙ୍କ ସହିତ ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। ଆପଣଙ୍କୁ ନୂଆ ପ୍ରୋଜେକ୍ଟ ମିଳିପାରେ। ପ୍ରେମୀଯୁଗଳ ଏକାନ୍ତରେ ସମୟ ଅତିବାହିତ କରିବେ। କାର୍ଯ୍ୟସଫଳ ପାଇଁ ଆଜିର ଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ। ଲଘୁ ଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ। ଆର୍ଥିକ ଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧିମାନଙ୍କୁ ପରାଜିତ କରି ପାରିବେ।

ସିଂହ: ପୂର୍ବ କଥାକୁ ନେଇ ଚିନ୍ତିତ ରହିବେ। ଅଚାନକ ଖୁସି ଖବର ପାଇପାରନ୍ତି। ଶୀଘ୍ର କାମ ସମାପ୍ତ କରିବାକୁ ଚେଷ୍ଟା କରିବେ। ବିବାହିତଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।

କନ୍ୟା: ଦୈନିକ କାର୍ଯ୍ୟରେ ଆପଣ ପୂର୍ଣ୍ଣରୂପେ ସଫଳତା ପାଇବେ। ଆପଣଙ୍କର କିଛି ନୂଆ ବନ୍ଧୁ ହୋଇପାରନ୍ତି। ଚାକିରି ଖୋଜୁଥିବା ଯୁବକଙ୍କୁ ଭଲ ଚାକିରି ମିଳିବ। ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟ ଭଲ ରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତି ହେବ। ଧନ ଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।

ତୁଳା: ଲୋକେ ଆପଣଙ୍କ ବ୍ୟବହାରରେ ପ୍ରଭାବିତ ହେବେ। ଆର୍ଥିକ ସ୍ଥିତି ମଜଭୁତ ରହିବ। କୌଣସି ସାକ୍ଷାତକାର ପାଇଁ ଡାକର ଆସିବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଆଜି ଆପଣ ଅନ୍ୟ ବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି। ପରୋପକାର ବଦଳରେ ଉପକାର ମିଳିପାରେ। ଆୟ ଅପେକ୍ଷା ଖର୍ଚ୍ଚର ମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।

ବିଛା: ଏକତରଫା ଚିନ୍ତା ଆପଣଙ୍କୁ ଅଡ଼ୁଆରେ ପକାଇପାରେ। କୌଣସି ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି। ଫୋନ କିଣିବା ଲାଗି ଭାବିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ। ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ବିବାହ ପାଇଁ ସଂଯୋଗ ବନିବ। ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।

ଧନୁ: ମୁଣ୍ଡରେ ଘୂରି ବୁଲୁଥିବା ବିଚାର ବଳରେ ଉନ୍ନତି ହେବ। କୌଣସି ପ୍ରିୟବନ୍ଧୁ ସହିତ କଥା ହୋଇପାରନ୍ତି। ସମାଜରେ ଯଶ ଖ୍ୟାତି ବଢ଼ିବ। ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ। ଆଜି ଆପଣଙ୍କ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ପରୋପକାର ଭାବନା ଆଜି ବଲବତ୍ତର ରହିବ। ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।

ମକର: ଦିନଟି ବ୍ୟସ୍ତତାରେ କଟିବ। କିଛି ମାମଲାରେ ଭାବୁକ ହୋଇପାରନ୍ତି। ପୁରୁଣା ଜମିରୁ ଧନଲାଭ ହେବ। ଛାତ୍ରଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ସୂଚନା ମିଳିବ। ଆପଣଙ୍କ ଆଜିର ଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ। ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆ ବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସି କୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।

କୁମ୍ଭ: ଯେଉଁ କାମ କରିବାକୁ ଚାହିଁବେ ସେହି କାମ ଆରାମରେ ସଂପୂର୍ଣ୍ଣ ହୋଇଯିବ। ଚାକିରିଜୀବୀଙ୍କୁ ଭଲ ସୁଯୋଗ ମିଳିବ। ପରିବାରକୁ ଖୁସିର ଆଗମନ ହେବ। ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ। ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି। ବାଣୀ ଉପରେ ନିୟନ୍ତ୍ରଣ ନ ରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।

ମୀନ: କୌଣସି ବଡ଼ କାମ ଭାଇଙ୍କ ସାହାଯ୍ୟରେ ପୂରା ହୋଇଯିବ। ଟ୍ରାଭେଲ୍ ଏଜେନ୍ସି କ୍ଷେତ୍ରରେ ଥିବା ଲୋକଙ୍କର ଆୟ ଭଲ ହେବ। ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ। ଆଜିର ଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ। ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ।

(ପ୍ରତ୍ୟାଖ୍ୟାନ: ଏହି ଆର୍ଟିକିଲରେ ଥିବା ସୂଚନା ବିଭିନ୍ନ ମାଧ୍ୟମ / ଜ୍ୟୋତିଷ / ଆଲମାନାକ / ବକ୍ତବ୍ୟ / ବିଶ୍ୱାସ / ଶାସ୍ତ୍ରରୁ ସଂଗ୍ରହ କରିବା ପରେ ଆପଣଙ୍କ ନିକଟକୁ ଅଣାଯାଇଛି । । ଆମର ଉଦ୍ଦେଶ୍ୟ କେବଳ ସୂଚନା ପ୍ରଦାନ କରିବା । )