ଆହୁରି ଦୁଇ ଦିନ ବର୍ଷିବ

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଦୁଇଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସାରା ରାଜ୍ୟରେ ସମ୍ପ୍ରତି ମୌସୁମୀ ଜନିତ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଦୁଇଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।