ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ

ଭୁବନେଶ୍ବର : ସାରା ରାଜ୍ୟରେ କମିଛି ତାତି, ବଢ଼ିଛି ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିଛି । ସ୍ୱାଭାବିକ ହେବ ମୌସୁମୀ ବର୍ଷା । ଉପକୂଳ ଓଡିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା । ୧୦ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିବ । ମୟୂରବଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି ।