ଭୁବନେଶ୍ବର : ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ବାୟୁ ପ୍ରବେଶ କରିଛି । ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି ରଖିଛନ୍ତି । ୫ ଦିନ ଲାଗି ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।
ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମର କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦକ୍ଷିଣ, ପଶ୍ଚିମ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।