ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍ କରି ସୂଚନା ଦିଆଯା଼ଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି।