ଆଜି ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସୂଚନା ଅନୁସାରେ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲା ସହିତ ରାଜ୍ୟର ଅନ୍ୟ ଜିଲ୍ଲା ମାନଙ୍କରେ ବର୍ଷାର ପ୍ରଭାବ ରହିବ ବୋଲି ଅନୁମାନ କରାଯାଇଛି ।