ଆପଣ ଆପଣଙ୍କ ବାଡ଼ିରେ କିମ୍ବା ଛାତରେ ଥିବା କୁଣ୍ଡରେ ପୋଦିନା ଗଛ ରଖିଛନ୍ତି କି ? ଯଦି ରଖିନାହାନ୍ତି ତେବେ, ତୁରନ୍ତ ଏହି ଉପକାରୀ ଗଛକୁ ଆଣି ନିଜ ଘର ପାଖରେ ରଖନ୍ତୁ । ଏହାକୁ ଆପଣ ବିଭିନ୍ନ ପ୍ରକାରର ଖାଦ୍ୟ ଓ ପାନୀୟରେ ବ୍ୟବହାର କରିପାରିବେ। ପୋଦିନା ପତ୍ର ଚଟଣିରୁ ଆରମ୍ଭ କରି ବିଭିନ୍ନ ପ୍ରକାରର ସରବତରେ ବି ଆପଣ ଏହାକୁ ବ୍ୟବାହାର କରିପାରିବେ । କେବଳ ଯେ ପାଟି ସୁଆଦ ପାଇଁ, ତାହା ନୁହେଁ । ଏହି ପତ୍ରର ଗୁଡ଼ାଏ ସୁଫଳ ରହିଛି।
ପୋଦିନା ପତ୍ର ଖାଇବା ଦ୍ବାରା ହଜମ ଶକ୍ତି ବୃଦ୍ଧି ପାଇଥାଏ। ଫଳରେ ପେଟ କାଟିବା, ଝାଡ଼ା ନହେବା, ପେଟ ପୋଡ଼ାଜଳା ହେବା ଆଦି ସମସ୍ୟା ହ୍ରାସ ପାଇଥାଏ। ଥଣ୍ଡା, କାଶ, ଜ୍ବର ଆଦି ପାଇଁ ମଧ୍ୟ ଏହି ପତ୍ର ଔଷଧୀୟ କାର୍ଯ୍ୟ କରିଥାଏ। ଯଦି ଆପଣଙ୍କର ଥଣ୍ଡା ଶରୀର ତେବେ ଆପଣ ଏହାକୁ ନିତିଦିନ ଖାଇବାର ଅଭ୍ୟାସ ରଖିପାରନ୍ତି।