ମହାରାଷ୍ଟ୍ରର ଶାହପୁରରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ମହାରାଷ୍ଟ୍ରର ଶାହପୁରରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ମର୍ମାହତ । ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ମୋର ସମବେଦନା । ଆହତ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛୁ । ଏନଡିଆରଏଫ୍ ଏବଂ ସ୍ଥାନୀୟ ପ୍ରଶାସନ ଦୁର୍ଘଟଣାସ୍ଥଳରେ କାର୍ଯ୍ୟ କରୁଛନ୍ତି ଏବଂ ପୀଡ଼ିତଙ୍କୁ ସମସ୍ତ ସହାୟତା ନିଶ୍ଚିତ କରିବା ଦିଗରେ ସବୁ ପ୍ରକାର ପଦକ୍ଷେପ ନିଆଯାଉଛି ।’
ପ୍ରତି ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ