ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଗାନ୍ଧିଜୀଙ୍କ ନେତୃତ୍ୱରେ ଭାରତକୁ ଉପନିବେଶବାଦ ଶାସନରୁ ମୁକ୍ତ କରିବାରେ ଭାରତ ଛାଡ଼ ଆନ୍ଦୋଳନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏହି ଅବସରରେ ଶ୍ରୀ ମୋଦୀ ଏକ ଭିଡିଓ ବାର୍ତ୍ତାରେ ନିଜ ଭାବନା ସେୟାର କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା ମହାନ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି । ଗାନ୍ଧିଜୀଙ୍କ ନେତୃତ୍ୱରେ ଭାରତକୁ ଉପନିବେଶ ଶାସନରୁ ମୁକ୍ତ କରିବାରେ ଏହି ଆନ୍ଦୋଳନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ଆଜି ଭାରତ ଏକ ସ୍ୱରରେ କହୁଛି:

ଦୁର୍ନୀତି ଭାରତ ଛାଡ଼ ।

ରାଜବଂଶ ଭାରତ ଛାଡ଼ ।

ତୁଷ୍ଟିକରଣ ଭାରତ ଛାଡ଼ ।