ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ


ନୂଆଦିଲ୍ଲୀ: ରିପବ୍ଲିକ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ମିଳିଲା ଜାମିନ। ରିପବ୍ଲିକ ଟିଭିର ସାମ୍ବାଦିକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜାମିନ ମଞ୍ଜୁର କରିଛନ୍ତି ସୁପ୍ରିମକୋର୍ଟ । ଗିରଫର ଦୀର୍ଘ ୮ ଦିନ ପରେ ଅର୍ଣ୍ଣବଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି ।

୨୦୧୮ ମସିହାରେ ଆତ୍ମହତ୍ୟା କରିଥିବା ୫୩ ବର୍ଷୀୟ ଆର୍କିଟେକଚର ଓ ଡିଜାଇନର ଅନଭୟ ନାଏକ ଓ ତାଙ୍କ ମା’ଙ୍କୁ ଆତ୍ମହତ୍ୟା ପାଇଁ ବାଧ୍ୟ କରିଥିବା ମାମଲାରେ ଅର୍ଣ୍ଣବଙ୍କୁ ଜାମିନ ମଂଜୁର କଲେ ସୁପ୍ରିମକୋର୍ଟ। ଅନଭୟ ନାଏକ ଆତ୍ମହତ୍ୟା ମାମଲାରେ ଗତ ୪ ତାରିଖରେ ଅର୍ଣ୍ଣବଙ୍କୁ ଗିରଫ କରିଥିଲା ମୁମ୍ବାଇ ପୋଲିସ । ଅର୍ଣ୍ଣବଙ୍କୁ ତାଙ୍କ ଘରୁ ଉଠାଇ ନେଇଥିଲା ପୋଲିସ । ପରେ ତାଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା । ତେବେ ବମ୍ବେ ହାଇକୋର୍ଟରେ ତାଙ୍କ ଜାମିନ ନାମଞ୍ଜୁର କରିବା ପରେ ସୁପ୍ରିମକୋର୍ଟ ଯାଇଥିଲେ ଅର୍ଣ୍ଣବ। ଆଉ ଆଜି ସୁପ୍ରିମକୋର୍ଟରେ ଶୁଣାଣି ସହ ଅର୍ଣ୍ଣବଙ୍କ ଅନ୍ତରୀଣ ଜାମିନକୁ ମଞ୍ଜୁର କରାଯାଇଛି ।

ସୂଚନା ଅନୁଯାୟୀ, ଅର୍ଣ୍ଣବ ଗୋସ୍ୱାମୀଙ୍କୁ ୨୦୧୮ ମସିହାରେ ଆତ୍ମହତ୍ୟା କରିଥିବା ୫୩ ବର୍ଷୀୟ ଆର୍କିଟେକଚର ଓ ଡିଜାଇନର ଅନଭୟ ନାଏକ ଓ ତାଙ୍କ ମା’ଙ୍କୁ ଆତ୍ମହତ୍ୟା ପାଇଁ ବାଧ୍ୟ କରିଥିବା ମାମଲାରେ ଗିରଫ କରାଯାଇ ଥିଲା।ନାଏକ ମୃତ୍ୟୁ ପୂର୍ବରୁ ଲେଖିଥିବା ସୁଇସାଇଡ ନୋଟରେ ଅର୍ଣ୍ଣବ ଗୋସ୍ୱାମୀ ଓ ରିପବ୍ଲିକ ଟିଭି ତାଙ୍କୁ ପ୍ରାପ୍ୟ ନ ଦେଇ ହଇରାଣ କରୁଥିବା ଉଲ୍ଲେଖ କରିଥିଲେ।