ନୂଆଦିଲ୍ଲୀ: ଏସିଆ କପର ମହାମୁକାବିଲାକୁ ନେଇ ମୁହାଁମୁହିଁ ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ । ଭାରତ-ପାକିସ୍ତାନ ମ୍ୟାଚ ସର୍ବଦା ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ହୋଇଥାଏ । ଏହି ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ-ପାକିସ୍ତାନ ଲଢ଼େଇକୁ ଉପଭୋଗ କରିବା ପାଇଁ ସାରା ବିଶ୍ୱର କ୍ରୀଡ଼ାପ୍ରେମୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ଆଜି ଅପରାହ୍ନ ୩ଟାରେ ଶ୍ରୀଲଙ୍କାର ପାଲେକଲ ଷ୍ଟାଡିୟମ ଠାରେ ଭାରତ – ପାକିସ୍ତାନ ମଧ୍ୟରେ ଏହି ମ୍ୟାଚ ଖେଳାଯିବ ।