ରାଜ୍ୟରେ ୧୦୦୦ ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ ଓ ନୂଆପଡ଼ାରୁ ୨ ଜଣ ଲେଖାଏଁ , ବରଗଡ଼, ବାଲେଶ୍ୱର, କଟକ, କଳାହାଣ୍ଡି, କେନ୍ଦ୍ରାପଡା, ମୟୁରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧ ହଜାରରୁ କମ୍‌ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୫୭୨ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୪୧୪ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୫ ହଜାର ୯୮୬ରେ ପହଞ୍ଚିିଛି। ସେହିପରି ‌ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୯୨ ହଜାର ୪୭୭ ଜଣ। ସକ୍ରିୟ ଅଛନ୍ତି ୧୧ ହଜାର ୯୭୩ ଜଣ ସଂକ୍ରମିତ।

୩୦ ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ବରରୁ ୪୩ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୨୬ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୮୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳୁ ୨୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୫ ଜଣ, ଜଗତ୍‌ସିଂହପୁରରୁ ୫୪ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୪୨ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୪୪ ଜଣ, କେନ୍ଦୁଝରରୁ ୪୯ ଜଣ, ଖେ‌ାର୍ଦ୍ଧାରୁ ୧୧୨ ଜଣ, କୋରାପୁଟରୁ ୧୪ ଜଣ, ମାଲକାନଗିରିରୁ ୬ ଜଣ, ମୟୂରଭଞ୍ଜରୁ ୫୭ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୂଆପଡ଼ାରୁ ୩୮ ଜଣ, ପୁରୀରୁ ୩୨ ଜଣ, ରାୟଗଡ଼ାରୁ ୧୬ ଜଣ, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି।