ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ତୁହାକୁ ତୁହା ବର୍ଷା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କ ଲୋ ପ୍ରେସରର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ଅତି ଭୀଷଣ ବର୍ଷା ନେଇ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।