ଭୁବନେଶ୍ୱର: ରାଜ୍ୟରେ ଲଗାତାର ବର୍ଷା ଜାରି ରହିଛି । ଫଳରେ ବର୍ଷାର ପରିମାଣ ବୃଦ୍ଧି ପାଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାଦ୍ୱାରା ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ୱର ସମେତ ଦକ୍ଷିଣ ଓଡ଼ିଶା ଓ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇଛି ।