ନୂଆ କର୍ମଚାରୀଙ୍କ ଇପିଏଫ୍ ଭରିବ କେନ୍ଦ୍ର: ନିର୍ମଳା ସୀତାରମଣ

ନୂଆଦିଏଲ୍ଲୀ: କରୋନା ମହାମାରୀ ସମୟରେ ଦେଶରେ ଆର୍ଥିକ ଅଭିବୃଦ୍ଧିକୁ ସୁଦୃଢ କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ନିମନ୍ତେ ଆତ୍ମନିର୍ଭର ଭାରତ ୩.୦ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ। ମୁଖ୍ୟତଃ ସଂଗଠିତ କ୍ଷେତ୍ରରେ ଅଧିକ ନିଯୁକ୍ତି ଦେବାକୁ ପ୍ରୋତ୍ସାହନ ଘୋଷଣା କରିଛନ୍ତି । ସଂସ୍ଥା ନୂତନ ନିଯୁକ୍ତି ଦେଲେ କର୍ମଚାରୀଙ୍କ ଇପିଏଫ୍ କେନ୍ଦ୍ର ଭରିବ ବୋଲି ଘୋଷଣା କରିଛନ୍ତି ସୀତାରମଣ।

ତେବେ ୧ ହଜାରରୁ କମ୍‌ କର୍ମଚାରୀ ଥିବା ସଂସ୍ଥାରେ ୨୪% ଇପିଏଫ୍ ଦେବ କେନ୍ଦ୍ର। ସଂସ୍ଥା ଦେବାକୁ ଥିବା ୧୨% ଓ କର୍ମଚାରୀଙ୍କ ୧୨% ମଧ୍ୟ ଦେବ କେନ୍ଦ୍ର।ହଜାରେରୁ ଅଧିକ କର୍ମଚାରୀ ଥିବା ସଂସ୍ଥାର କର୍ମଚାରୀଙ୍କ ଭାଗ ଭରିବ କେନ୍ଦ୍ର। କର୍ମଚାରୀଙ୍କ ପକ୍ଷରୁ ଦାଖଲ ହେଉଥିବା ୧୨% ରାଶି କେନ୍ଦ୍ର ଦେବ। ଏହି ଇପିଏଫ୍ ଭରଣା ଆଗାମୀ ୨ ବର୍ଷ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି କହିଛନ୍ତି ସୀତାରମଣ।