ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର (ଏସ୍ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୭୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ଜୀବନ ନେଇଛି କରୋନା । ଏହାକୁ ନେଇ କରୋନା ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ଼ରୁ ୩, ଝାରସୁଗୁଡ଼ାରୁ ୨ ଜଣ , ଭୁବନେଶ୍ୱର, ଦେଓଗଡ଼, ମୟୁରଭଞ୍ଜ, ସମ୍ବଲପୁର ନୟାଗଡ଼, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମ୍‌ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୪୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ୦୯୪୦୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୮, ବରଗଡ଼ରୁ ୨୪, ଭଦ୍ରକରୁ ୧୫, ବଲାଙ୍ଗୀରରୁ ୨୪, କଟକରୁ ୩୭ ଦେବଗଡ଼ରୁ ୨, ଢେଙ୍କାନାଳରୁ ୩୧, ଗଜପତିରୁ ୫, ଗଞ୍ଜାମରୁ ୭, ଜଗତ୍‌ସିଂହପୁରରୁ ୪୮, ଯାଜପୁରରୁ ୧୮, ଝାରସୁଗୁଡ଼ାରୁ ୨୪, କଳାହାଣ୍ଡିରୁ ୧୪, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୩୦, କେନ୍ଦୁଝରରୁ ୪୧, ଖୋର୍ଦ୍ଧାରୁ ୮୮, କୋରାପୁଟରୁ ୩, ମାଲାକାନଗିରୁ ୧୦, ମୟୂରଭଞ୍ଜରୁ ୭୮, ନବରଙ୍ଗପୁରରୁ ୧୭, ନୟାଗଡ଼ରୁ ୬, ନୂଆପଡ଼ାରୁ ୧୪, ପୁରୀରୁ ୧୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୮, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୫୫ ଓ ଷ୍ଟେଟ୍‌ପୁଲ୍‌ରୁ ୨୧ଚିହ୍ନଟ ‌ହୋଇଛନ୍ତି।