ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର,ଘରୋଇ ହସ୍ପିଟାଲରେ ଭର୍ତ୍ତି

ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଅଛି । ତାଙ୍କର ବ୍ରେନ ଡେଡ୍ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଥିଲେ । ସଂକଟାପନ୍ନ ଅବସ୍ଥାରେ ଡାକ୍ତର ରାଉତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୁଅ ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ, ଗତ ୧୮ ତାରିଖ ବିଳମ୍ବିତ ରାତିରେ ଦାମ ରାଉତ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ମେଡିକାଲ ନେବା ବାଟରେ ତାଙ୍କର ହୃଦଘାତ ହୋଇଥିଲା।

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବାପରେ ଦାମ ରାଉତଙ୍କୁ CPRଦିଆଯାଇ । ନଥିବା ସମ୍ବିତ ରାଉତରାୟ ଅଭିଯୋଗ କରିଛନ୍ତି। ସିପିଆର ନ ଦେବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ହୋଇଥିଲା। ଏହାପରେ ତୁରନ୍ତ ତାଙ୍କୁ ସେଠାରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ରାଉତଙ୍କର ଚିକିତ୍ସା ଚାଲୁଛି।