ରାଜ୍ୟରେ ତାତିରୁ ମିଳୁନି ଆଶ୍ୱସ୍ତି

ଭୁବନେଶ୍ଵର: ଖରାରୁ କିଛି ଦିନ ଆଶ୍ୱସ୍ତି ପରେ ରାଜ୍ୟରେ ପୁଣି ତାପମାତ୍ରା ବଢିଛି । ସକାଳ ଭୋର୍ ୫ଟା ୩୦ ସୁଦ୍ଧାର ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ ହୋଇଛି। ଆର୍ଦ୍ରତା ୮୭ ପ୍ରତିଶତ ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ଦୁଇ ଦିନ ଭିତରେ ତାପମାତ୍ରା ୨ରୁ ୩ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଜି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ନୂଆପଡ଼ା ଓ କଳାହାଣ୍ଡିରେ ବି ଗ୍ରୀଷ୍ମପ୍ରବାହ ବି ଅନୁଭୂତ ହେବ ।