ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ ସଂଲଗ୍ନ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଛି ହୋଇଛି। ଏହା କ୍ରମଶଃ ପଶ୍ଚିମ ଓ ଉତ୍ତର ଦିଗକୁ ଗତି କରି ୨ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ପହଁଚିବ। ପ୍ରଭାବରେ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ, ସମ୍ପୃକ୍ତ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ; କିନ୍ତୁ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।