ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।