ରାଜ୍ୟରେ କରୋନାରେ ଗଲା ଆଉ ୧୭ ଜୀବନ

ଭୁବନେଶ୍ବର( ଏସ୍ ନ୍ଯୁଜ): ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୨୫ ରେ ପହଞ୍ଚି ଯାଇଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝରରୁ ୩ ଜଣ, ଗଞ୍ଜାମ ଓ କଟକରୁ ୨ ଜଣ ଲେଖାଏଁ, ଭୁବନେଶ୍ୱର, ଦେଓଗଡ଼,ଜଗତସିଂହପୁର, ମୟୁରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୭୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩ ହଜାର ୮୯୭ ଜଣ। ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୭୪୮ ଜଣ।

ଆଜି ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬୧ ଜଣ, ବରଗଡ଼ରୁ ୩୦ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୨୯ ଜଣ, ବୈଦ୍ଧରୁ ୩ ଜଣ, କଟକରୁ ୫୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଞ୍ଜାମରୁ ୧୮ ଜଣ, ଜଗତ୍‌ସିଂହପୁରରୁ ୪୦ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୩୦ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେନ୍ଦୁଝରରୁ ୫୩ ଜଣ, ଖୋର୍ଦ୍ଧାରୁ ୬୧ ଜଣ, କୋରାପୁଟ୍‌ରୁ ୧୦ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୫୮ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ାରୁ ୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୨୦ ଜଣ, ରୟାଗଡ଼ରୁ ୪ ଜଣ, ସମ୍ବଲପୁରରୁ ୪୦ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୬୪ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।