ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ପାରାଦୀପଠାରୁ ୬୭୦ କିଲୋମିଟର ଦୂରରେ ରହିଛି । ପରବର୍ତ୍ତୀ ସମୟରେ ନେବ ଭୀଷଣ ବାତ୍ୟା ରୂପ । ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନର ବେଗ ବଢ଼ିବ। ସ୍ଥଳଭାଗ ଛୁଇଁବା ବେଳକୁ ଘଣ୍ଟାପ୍ରତି ୧୦୦-୧୨୦ ବେଗରେ ବହିବ ପବନ । ପାଖାପାଖି ୧୯ଟି ଜିଲ୍ଲାରେ ବାତ୍ୟା ଦାନାର ପ୍ରଭାବ ପଡିବ ବୋଲି ପୂୁର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।