ମୁମ୍ବାଇରେ ବୋଟ ଦୁର୍ଘଟଣାରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

ମହାରାଷ୍ଟ୍ରର ମୁମ୍ବାଇରେ ବୋଟ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପିଏମଏନଆରଏଫରୁ ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି: “ମୁମ୍ବାଇର ବୋଟ ଦୁର୍ଘଟଣା ଦୁଃଖଦାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।