ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।
ଶ୍ରୀ ମୋଦୀ କହିଛନ୍ତି, ସେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଏବଂ ଅଘଟଣରେ ପ୍ରଭାବିତ ଲୋକଙ୍କୁ ସହାୟତା ପାଇଁ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେଇଛି । ଶ୍ରୀ ମୋଦୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି; “ପ୍ରୟାଗରାଜ ମହାକୁମ୍ଭରେ ହୋଇଥିବା ଅଘଟଣ ଅତ୍ୟନ୍ତ ଦୁଃଖଦ । ଏହି ଅଘଟଣରେ ଯେଉଁମାନେ ପ୍ରିୟ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏଥିସହିତ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି । ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା କରୁଛି । ଏ ସମ୍ପର୍କରେ ମୁଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ଆଲୋଚନା କରିଛି ଏବଂ ଲଗାତର ରାଜ୍ୟ ସରକାରଙ୍କ ସହ ସମ୍ପର୍କରେ ରହିଛି ।”