ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ମୟୂରଭଞ୍ଜ: ମୟୂରଭଞ୍ଜ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଂରେଜ ଶାସନ କାଳରେ ରେଭେନ୍ସା ମହାବିଦ୍ୟାଳୟ ପ୍ରତିଷ୍ଠା ଓ କାର୍ଯ୍ୟକାରିତା ପାଇଁ ମୟୂରଭଞ୍ଜ ରାଜ ପରିବାରର ଅବଦାନ, ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା କଟକ ବଡ଼ ମେଡ଼ିକାଲ ଓଡ଼ିଶାର ବରପୁତ୍ର ମୟୂରଭଞ୍ଜର ସୁନାମଧନ୍ୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଅନନ୍ୟ ଅବଦାନ ବୋଲି କହିଛନ୍ତି ।
ଏହାସହ ମୟୂରଭଞ୍ଜରେ ଛଉ ନୃତ୍ୟର ଲୋକପ୍ରିୟତା ଓ ଜିଲ୍ଲାବାସୀଙ୍କ ଦାବିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜରେ ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ଘୋଷଣା କରିଛନ୍ତି । ସେହିପରି ପର୍ଯ୍ୟଟନ କ୍ଷେତ୍ରରେ ଜିଲ୍ଲାର ପ୍ରସିଦ୍ଧି ରହିଥିବାରୁ ଗୁଜରାଟର ସାବରମତୀ ରିଭର ଫ୍ରଣ୍ଟ ପରି ବାରିପଦାରେ ୬୦ କୋଟି ଟଙ୍କା ବିନିଯୋଗରେ ବୁଢ଼ାବଳଙ୍ଗ ରିଭର୍ ଫ୍ରଣ୍ଟ ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।