ଭୁବନେଶ୍ବର( ଏସ୍ ନ୍ୟୁଜ ): ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡରରୁ ସର୍ବାଧିକ ୫ ଜଣ ଅଛନ୍ତି । ସେହିପରି ପୁରୀରୁ ୪ ଜଣ, ଭୁବନେଶ୍ୱରରୁ ୩, ଅନୁଗୁଳରୁ ୨, ଢ଼େଙ୍କାନାଳ, କଳାହାଣ୍ଡି ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।
ଏପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୭୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୪ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍ରୁ ୧୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୬୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୭୩୨୫୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।