ଭୁବନେଶ୍ୱର : ଆଜିଠୁ ଆରମ୍ଭ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା । ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାତୃଭାଷା ପରୀକ୍ଷା ଦେବେ । ପରୀକ୍ଷା ୯ଟାବେଳେ ଆରମ୍ଭ ହେବ । ଆରମ୍ଭ ହୋଇ ୧୧ଟା ୩୦ମିନିଟରେ ସରିବ । କେବଳ ଗଣିତ ପାଇଁ ଅତିରିକ୍ତ ୧୫ମିନିଟ୍ ମିଳିବ ଓ ଗଣିତ ପରୀକ୍ଷା ୧୧ଟା ୪୫ ମିନିଟରେ ସରିବ । ୩୦୨୯ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ ।