ଭଦ୍ରକ: ଭଦ୍ରକ ଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ କୁମାର ରାଉତରାୟଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ଅଧିକ୍ଷକ ଶ୍ରୀ ନରୋତ୍ତମ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭାରପ୍ରାପ୍ତ ଅବକାରୀ ନିରୀକ୍ଷକ ଶ୍ରୀ ଶ୍ରୀକାନ୍ତ ମୁର୍ମୁଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ସହରାଞ୍ଚଳ ଥାନା ଅନ୍ତର୍ଗତ ବନ୍ତ ଛକ over bridge NH-16 ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ମଟର ସାଇକେଲ (ଓଡି-୦୪-ସି-୨୭୭୬) ରୁ ୩୮ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଯାଜପୁର ଜିଲ୍ଲାର ପାଣିକୋଇଲି ଥାନା ଅନ୍ତର୍ଗତ ଶଙ୍ଖଚିଲ ଗ୍ରାମର ଅଭିଷେକ ମହଲା ଓ ଗୁରୁସାହିର ସାଗର ଗୁରୁଙ୍କୁ ଗିରଫ କରାଯାଇଛି ।
ଜବତ ବ୍ରାଉନସୁଗାର ଓ ମଟର ସାଇକେଲର ଆନୁମାନିକ ମୂଲ୍ୟ ୦୪ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଏ.ଏସ୍.ଆଇ କ୍ଷୀରୋଦ ପାତ୍ର, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ସୁଦର୍ଶନ ପଲ୍ଲାଇ, ପରେଶ ଟୁଡୁ, ଜେମାମଣୀ ଜାମୁଦା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ରେଞ୍ଜ ପକ୍ଷରୁ କେସ ନଂ: 20/2025-26 ମୂଳେ ମାମଲା ରୁଜ୍ଜୁ କରାଯାଇଛି ।