ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବା ସମ୍ଭାବନା ଥିବା କହିଲା ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଚେତାବନୀ ଜାରି କରାଯାଇଛି । ଏକାସଙ୍ଗେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଅପରାହ୍ଣ ୫.୩୦ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୪୭.୪ ମି.ମି. ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮, ଝାରସୁଗୁଡ଼ାରେ ୨୮.୬ , ଭଦ୍ରକରେ ୧୯.୧ ମି.ମି ବର୍ଷା ହୋଇଛି।