ଆଜି କ୍ୟାବିନେଟ୍‌ ବୈଠକ-shaksi news

ଭୁବନେଶ୍ବର( ଏସ୍ ନ୍ୟୁଜ ): ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୪୫ ମିନିଟ୍‌ରେ ଅନୁଷ୍ଠିତ ହେବ । ଭିଡିଓ କନଫରେନ୍‌ସିଂ ଜରିଆରେ ଏହା ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ପ୍ରାୟ ୧୧ଟି ପ୍ରସ୍ତାବ ଆସିପାରେ।

ତେବେ ବିଶ୍ବସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୧୦୦୦ କୋଟିରୁ ଅଧିକ ବ୍ୟୟ ଅଟକଳରେ ଫୁଲବାଣୀ ଓ କୋରାପୁଟ ମେଡିକାଲ କଲେଜ୍‌ ବିଲ୍ଡିଂ ନିର୍ମାଣ ପାଇଁ ଆହ୍ବାନ ହୋଇଥିବା ଟେଣ୍ଡରକୁ କ୍ୟାବିନେଟ୍‌ର ଅନୁମୋଦନ ନିଆଯିବ। ସେହିପରି ବରଗଡ଼ ଜିଲ୍ଲାର ଗାଏସିଲଟ ଓ ଅତାବିରାରେ ଦୁଇଟି ପାନୀୟ ଜଳ ପ୍ରକଳ୍ପ ପାଇଁ ଟେଣ୍ଡର, ଗୃହ, ସାଧାରଣ ପ୍ରଶାସନ ବିଭାଗ ଓ ଜଳସମ୍ପଦ ବିଭାଗର କର୍ମଚାରୀଙ୍କ ଚାକିରି ସର୍ତ୍ତାବଳୀ ନେଇ ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି।