ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ଅର୍ଥାତ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଥିବାବଳେ ଗଜପତି, ରାୟଗଡ଼ା, କଳାହାଣ୍ଡି ,ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୂର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।