ଭୁବନେଶ୍ୱର : ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବେର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ମୌସୁମୀ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ୨୪ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା । ବୁଧବାର ଢେଙ୍କାନାଳରେ ୨୭.୪ ମି.ମି. ବର୍ଷା ହୋଇଥିବାବେଳେ ଜଗତସିଂହପୁରରେ ୨୧.୧, ପାରଳାଖେମୁଣ୍ଡିରେ ୧୫.୨, ତାଳଚେରରେ ୧୩.୮ମି.ମି. ବର୍ଷା ହୋଇଛି ।