ଆଜି ଠାରୁ ବଡ଼ ବର୍ଷା | ୨୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ବାରଣ

କାଲି ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର | ୨୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତ ସମ୍ଭାବନା | ୨୭ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଅତିକ୍ରମ କରିବ |

ଆଜି ପାଇଁ କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ | ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ |

ଗଞ୍ଜାମ, ଗଜପତି, ବାଲେଶ୍ବରକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ | ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାରେ ଯଥାକ୍ରମେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା |

ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା | ୨୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ବାରଣ