ନଭେମ୍ବର୧ରୁ ୧୫ ଯାଏଁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା

ଏଥର ବାଲିଯାତ୍ରା ପଡ଼ିଆରେ ଉଡ଼ିବନି ଡ୍ରୋନ୍ । ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି । ଏନେଇ କଟକ ଜିଲ୍ଲାପାଳ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ଐତିହାସିକ କଟକ ବାଲିଯାତ୍ରା । ତେବେ ଚଳିତ ବର୍ଷ ବାଲିଯାତ୍ରା ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ ।

ବାଲିଯାତ୍ରା ଗ୍ରାଉଣ୍ଡ୍‌ର ୫ କିମି ପରିଧି ପାଇଁ ଏହି କଟକଣା ଜାରି କରାଯାଇଛି । ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ୍‌ ଗ୍ଲାଇଡର୍ସ ଉଡ଼ାଣ ମନା କରାଯାଇଛି । ସେହିପରି ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ, UAV, ଡ୍ରୋନ୍‌ ମନା କରାଯାଇଛି ।

ଏଥର ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି । ଚଳିତ ବର୍ଷ ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ ।

ସେପଟେ ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ସେପ୍ଟେମ୍ବର ୨୬ରୁ ଆରମ୍ଭ ହୋଇଛି ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ । ଜଣେ ବ୍ୟକ୍ତି ଓ ଅନୁଷ୍ଠାନ ୩ ଟି ଲେଖାଁଏ ପ୍ଲଟ ପଞ୍ଜିକରଣ ପାଇଁ ୧୦୦ ଟଙ୍କା ଦେଇ ଫର୍ମ ନେଇ କରିପାରିବେ ଏହି ଆବେଦନ । cuttack.odisha.gov.in ୱେବସାଇଟରେ ଅଧିକ ବିବରଣୀ ପାଇପାରିବେ ।

 

ଖାଦ୍ୟ ପାଇଁ ଅଲଗା ଓ ଅନ୍ୟାନ୍ୟ ପାଇଁ ଅଲଗା ଅଲଗା ଆବେଦନ କରି ପାରିବେ ବ୍ୟକ୍ତି ଓ ଅନୁଷ୍ଠାନ । ଚଳିତ ବର୍ଷ ପ୍ଲଟ ପଞ୍ଜିକରଣ ୫ ହଜାର ଟଙ୍କା ରଖାଯାଇଛି ।