ଭୁବନେଶ୍ୱର( ଏସ୍ ନ୍ୟୁଜ ): ରାଜ୍ୟରେ ୩୦୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍ର ହୋଇଥିବା ବେଳେ ୧୨୬ଟି ସ୍ଥାନୀୟ ସଂକ୍ରମଣ ରହିଛି ।
ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୧୧, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୧୨, କଟକରୁ ୨୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୧, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୬, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୩୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୨, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୧, ପୁରୀରୁ ୧୯, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ ଓ ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି।
ଅନ୍ୟପଟେ ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୧୫ରେ ପହଞ୍ଚିଛି।
୪ ମୃତକଙ୍କ ମଧ୍ୟରୁ ୨ ଜଣ ମୟୂରଭଞ୍ଜର ହୋଇଥିବା ବେଳେ ଜଗତସିଂହପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ ଅଛନ୍ତି। ସେହିପରି ୪ ଜଣ ଯାକ ପୁରୁଷ ଥିଲେ।
ସେପଟେ ଷ୍ଟେଟ୍ ପୁଲ୍ରୁ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଗଜପତି, କନ୍ଧମାଳ ଓ ମାଲକାନଗିରିରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦୦ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୩୮୯ରେ ପହଞ୍ଚିଥିବା ବେଳେ ୩,୧୯,୪୫୮ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୬୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୧,୮୧୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।