ଦେଶରେ ୨୪ ହଜାର ୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ-shaksi news

ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ପୁରା ଦେଶରେ ୨୪ ହଜାର ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣଙ୍କର ମୃତ୍ୟୁ ଘଟିଛି । ୨୪,୩୩୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧ କୋଟି ୫୫ ହଜାର ୫୬୦ ରେ ।ସେହିପରି ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୫ ହଜାର ୮୧୦ରେ ପହଞ୍ଚିଛି।

ବିଗତ ୨୪ ଘଣ୍ଟା ମଧ୍ୟରେ ୨୫ ହଜାର ୭୦୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସମୁଦାୟ ଆରୋଗ୍ୟ ଲାଭ କରି ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୬ ହଜାର ୧୧୧ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩ ହଜାର ୬୩୯ରେ ପହଞ୍ଚିଛି ।

ଅନ୍ୟପଟେ ବିଶ୍ୱରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ୬୮ ଲକ୍ଷ ୧୮ ହଜାର ୫୧୮୫ରେ ପହଞ୍ଚିଛି । ୪ କୋଟି ୩୨ ଲକ୍ଷ ୮୦ ହଜାର ୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୮ ଲକ୍ଷ ୪୫ ହଜାର ୪୦୪୮ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ଏହି ସମୟରେ ୧୬ ଲକ୍ଷ ୯୩ ହଜାର ୫୫ରେ ପହଞ୍ଚିଛି ।