ଜଳିବ ପୁରା ଓଡ଼ିଶା: ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ….
ଭୁବନେଶ୍ଵର: ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି। ଟିଟିଲାଗଡ଼ରେ ତାପମାତ୍ରା ୪୦ ଡିଗ୍ରି ସେଲସିଅସ୍ ଛୁଇଁବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ଦିନର ତାପମାତ୍ରା ୩୭ ଡିଗ୍ରିରୁ ଅଧିକ ରହିବ ବୋଲି ଅନୁମାନ କରାଯାଇଛି।
୧୨ ତାରିଖରେ ଟିଟିଲାଗଡ଼ ସହିତ ବଲାଙ୍ଗୀର, ଭବାନୀପାଟଣା, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ପାଖାପାଖି ପହଞ୍ଚିପାରେ।
ଭୁବନେଶ୍ୱର ଓ କଟକ ସହିତ ଉପକୂଳ ଓଡ଼ିଶାର ଅଞ୍ଚଳଗୁଡିକରେ ମଧ୍ୟ ତାପମାତ୍ରା ୩୮ ଡିଗ୍ରି ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ଉତ୍ତର ଓଡ଼ିଶାର କେତେକ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।