ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ ଘଟିଛି …..

ଭୁବନେଶ୍ୱର, : ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ ଘଟିଛି। ସାମ୍ବାଦିକତା କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇରହିବ । ଓଡ଼ିଶାର ଜଣେ ନିର୍ଭିକ ସାମ୍ବାଦିକ ଭାବେ ସେ ନିଜର ସ୍ୱତନ୍ତ୍ର ପରିଚିତ ସୃଷ୍ଟି କରିଥିଲେ।

ସେ ଜଣେ ସରଳ, ନିଷ୍ଠାବାନ ଓ ଅମାୟିକ ବ୍ୟକ୍ତିଭାବେ ସମସ୍ତଙ୍କ ପ୍ରିିୟପାତ୍ର ହୋଇପାରିଥିଲେ। ସ୍ୱର୍ଗତଃ ମିଶ୍ରଙ୍କ ବିୟୋଗରେ ସାମ୍ବାଦିକ ଜଗତରେ ଅପରୂଣୀୟ କ୍ଷତି ହୋଇଛି ବୋଲି କହି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସ୍ୱର୍ଗତଃ ମିଶ୍ରଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।