ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ ସଭ୍ୟ ହେଲେ ଆସିକା ବିଧାୟକ ସରୋଜ
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ ସଭ୍ୟ ଭାବେ ଆସିକା ….
ଆସିକା: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ ସଭ୍ୟ ଭାବେ ଆସିକା ବିଧାୟକ ସରୋଜ କୁମାର ପାଢୀଙ୍କୁ ମନୋନୀତ କରାଯାଇଥିବା ଜଣାପଡିଛି। ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଆସିକା ବିଧାୟକ ସରୋଜ କୁମାର ପାଢୀଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ ସଭ୍ୟ ରୂପେ ମନୋନୀତ କରାଯାଇଥିବା ଖବର ଜଣାପଡିବା ପରେ ଶୁଭେଚ୍ଛ ଓ ସମର୍ଥକଙ୍କ ମହଲରେ ଖୁସି ଓଁ ଆନନ୍ଦର ଲହରୀ ଖେଳିଯାଇଥିବା ଲକ୍ଷ୍ୟ କରାଯାଇଛି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ ସଭ୍ୟ ରୂପେ ଆସିକା ବିଧାୟକ ସରୋଜ କୁମାର ପାଢୀ ଙ୍କୁ ମନୋନୀତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଓଡିଶା ବିଧାନସଭାର ବାଚଷ୍ପତି ସୁରମା ପାଢୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ବରିଷ୍ଠ ବିଜେପି ନେତା ନିରଞ୍ଜନ ମହାନ୍ତି ଓ ଶିବ କୁମାର ନାୟକ ଏବଂ ବିଜୟ କୁମାର ସ୍ୱାଇଁଙ୍କ ସମେତ ବହୁ ଦଳୀୟ ନେତା କୃତଜ୍ଞତା ଜ୍ଞାପନ କରିଥିବା ଜଣାପଡିଛି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନବନିଯୁକ୍ତ ସିନେଟ ସଭ୍ୟ ଆସିକା ବିଧାୟକ ସରୋଜ କୁମାର ପାଢୀ ଙ୍କୁ ବରିଷ୍ଠ ବିଜେପି ନେତା ନିରଞ୍ଜନ ମହାନ୍ତି ଓ ଶିବ କୁମାର ନାୟକ ଏବଂ ବିଜୟ କୁମାର ସ୍ୱାଇଁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିବା ଲକ୍ଷ୍ୟ କରାଯାଇଛି । ଗଞ୍ଜାମ ଜିଲ୍ଲା ରିପୋର୍ଟ ଗଣେଶ ପାଣିଗ୍ରାହୀ ରିପୋର୍ଟ