ରାଜ୍ୟରେ ୫୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର(ଏସ୍ ନ୍ୟୁଜ): ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତକଙ୍କ ସଂଖ୍ୟା ୫୦୩ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ମୃତଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କଟକରେ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଗତ ୨୪ ଘଣ୍ଟା ମଧ୍ୟରେ ୩୦୨୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୬ ଜଣ ରହିଛନ୍ତି। ୧୮୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୮୧ ଅନ୍ୟାନ୍ୟ ଜାଗାରୁ ବାହାରିଛନ୍ତି। ଏଯାଏଁ ରାଜ୍ୟରେ ୧ ଲକ୍ଷ ୬ ହଜାର ୫୬୧ ଜଣ କରୋନା ଆକ୍ରାନ୍ତ ବାହାରିଛନ୍ତି, ଏବେ ୨୮,୭୧୯ ଆକ୍ଟିଭ୍ କେସ ରହିଛି। ଏହାସହ ୭୭,୨୮୬ ଜଣ ଆକ୍ରାନ୍ତ ଏବେସୁଦ୍ଧା ଭଲ ହେଲେଣି।