ବିଶ୍ୱ ଐତିହ୍ୟ କୋଣାର୍କ ଅଂଚଳ ବିକାଶର ଯୋଜନା ପ୍ରସ୍ତୁତ

ଭୁବନେଶ୍ୱର,(ଏସ୍ ନ୍ୟୁଜ‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ଏ ଦିଗରେ କାମ ଚାଲିଛି । ଏହି କାର୍ଯ୍ୟ କ୍ରମର ଅଶ ଭାବରେ କୋଣାର୍କ ଐତିହ୍ୟ ଅଂଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି ।
କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ ଅଂଚଳରୁ ପର୍ଯ୍ୟଟକ ଆସି ଥାନ୍ତି । ତେଣୁ କୋଣାର୍କ ଅଂଚଳରେ ଭିତି ଭୂମି ବିକାଶ କୁ ଆନ୍ତଜାତୀୟ ମାନର କରି ବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଗୁରୁବାର ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା । ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୧ଦିନ ଭିତରେ ଦେଇପାରିବେ ।
ଗଙ୍ଗ ବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କର ତ୍ରୟୋଦଶ ଶତାଦ୍ଦୀର ଏହି ଅନୁପମ କୀର୍ତି ତାର ଅବିଶ୍ୱସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ୱର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଆସିଛି । ଭଗବାନ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ମନ୍ଦିରର ମୁଖ୍ୟ ଅଂଶ ଭାଂଗି ଯାଇଥିଲେ ମଧ୍ୟ ମୁଖଶାଳାର ଶୋଭା ଓଡିଶାର କାରିଗର ଓ ଶିଳ୍ପୀ ମାନଙ୍କର ଦକ୍ଷତାର ଜୟଗାନ କରିଆସୁଛି ।
ଏହି ମନ୍ଦିର ତତ୍କାଳୀନ ଓଡିଶାର ସଂପନ୍ନତା ବିଷୟରେ ସୂଚିତ କରିଥାଏ । ମନ୍ଦିର ଗାତ୍ରରେ ଜିରାଫର ଚିତ୍ର ଆଫ୍ରିକୀୟ ଦେଶ ମାନଙ୍କ ସହିତ ତତ୍କାଳୀନ ଓଡ଼ିଶାର ସଂପର୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥାଏ । ୧୯୮୪ ମସିହାରେ ଟଘଋଝଉଙ କୋଣାର୍କକୁ ବିଶ୍ୱ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି । ଏହି ମହାନ ସାଂସ୍କୃତିକ ବୈଭବର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ । ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିରର ଗରିମାର ସୁରକ୍ଷା,ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ, ପର୍ଯ୍ୟଟକ ମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀ ମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ ।
କୋଣାର୍କ ମନ୍ଦିରର ପାରିପାର୍ଶିକ ଅଂଚଳର ଭିତିଭୂମି ବିକାଶ କୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ୱିତ କରିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି । ସାଢେ ତିନି କିଲୋମିଟର ବାହ୍ୟ ରିଂଗ ରୋଡକୁ ଛଅ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବା ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱର ରୁ କୋଣାର୍କ ପଯ୍‌ଯନ୍ତ ପଏନଟର ବିକାଶ କରାଯିବ । ଫେରି ବାଲା ମାନଙ୍କୁ ପୁନଃ ଥଇଥାନ କରାଯିବ । ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ କ୍ଷବଦ୍ଭୟଗ୍ଦମବକ୍ଟ୍ରସଦ୍ଭଶ କରାଯିବ ।
ପ୍ରବେଶସ୍ଥଳ ରେ ପର୍ଯ୍ୟଟକମାନଙ୍କୁ ସ୍ୱାଗତ କରିବା ପାଇଁ ସୁଦୃଶ୍ୟ କୋଣାର୍କ ଏନଟ୍ରି ପ୍ଲାଜା ନିର୍ମାଣ କରାଯିବ । ତା ସହିତ ଗାଡିମଟର ପାର୍କିଂ ପାଇଁ ଗଙ୍କକ୍ଷଗ୍ଧସ ଜ୍ଞକ୍ଟୟବକ୍ଷ ଷଙ୍କଭ ନିର୍ମାଣ କରାଯିବ । କୋଣାର୍କ ମୁକ୍ତାକାଶ ରଂଗମଂଚର ପୁର୍ନବିନ୍ୟାଶ କରାଯିବ । ଐତିହ୍ୟ ଅଂଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀ ମାନଙ୍କ ପାଇଁ ସ୍ୱତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ ।
କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ୱସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା ।
କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ ସଚିବ ଉପସ୍ଥାପନା ଦେଇଥିଲେ । ମନ୍ତ୍ରୀ ତୁଷାର କାନ୍ତି ବେହେରା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।