ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଛନ୍ତି ଶିରୀଶ ଚନ୍ଦ୍ର ମୁର୍ମୁ । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ଅଟେ ।
ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ ସେ କହିଛନ୍ତି ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ ।