ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦ୍ଵିତୀୟ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି ।
ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି, ୨୬ ସେପ୍ଟେମ୍ବର ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରୁ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅଵପାତର ରୂପ ନେବ । ଏହା ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ।