ନୂଆଦିଲ୍ଲୀ: କରୋନାଭାଇରସ୍ଜନିତ ମହାମାରୀ ଦିନକୁ ଦିନ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୮,୯୧୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୦୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୫,୨୭,୭୧୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୯୦୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୦,୧୭୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୫,୦୮୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୧,୫୬, ୫୨୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୦୧,୦୦୯।