ନୂଆଦିଲ୍ଲୀ : ରୁଷ-ୟୁକ୍ରେନ ମଧ୍ୟରେ ଜାରି ରହିଛି ଘୋମାଘୋଟ ଯୁଦ୍ଧ । ରୁଷ ସେନାର ମିସାଇଲ ମାଡରେ ୟୁକ୍ରେନ ଧ୍ୱଂସବିଧ୍ୱସ୍ତ ହୋଇଯାଇଛି । ଏହାମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହୋଇଛନ୍ତି । ଉଭୟ ନେତା ଫୋନରେ ପ୍ରାୟ ୩୫ ମିନିଟ ଧରି ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଆଲୋଚନା ପରେ ଟ୍ୱିଟ ରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି । ସେ ଲେଖିଛନ୍ତି ଯେ ରୁଷିଆକୁ କିପରି ୟୁକ୍ରେନ ଜବାବ ଦେଉଛି ସେନେଇ ଆଲୋଚନା ହୋଇଥିଲା । ଭାରତ ମଧ୍ୟ ଯୁଦ୍ଧ ପରିସ୍ଥିତିରେ ୟୁକ୍ରେନଙ୍କୁ ଅନେକ ସହାୟତା ପ୍ରଦାନ କରିଛି । ଏନେଇ ସେ ଭାରତ ପ୍ରତି କୃତଜ୍ଞତା ଜାହିର କରିଛନ୍ତି ।
ସୂଚନାଯୋଗ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ୟୁକ୍ରେନ ରାଷ୍ଟ୍ରପତି ଯୁଦ୍ଧ ଓ ଯୁଦ୍ଧ ଜନିତ ପରିସ୍ଥିତି ଓ ଅନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଥିଲା । ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀ ୟୁକ୍ରେନ ରାଷ୍ଟ୍ରପତିଙ୍କୁ ରୁଷ ରାଷ୍ଟ୍ରପତି ଭ୍ଲାଦିମର ପୁଟିନଙ୍କ ସହ ସିଧାସଳଖ ଆଲୋଚନା ପାଇଁ ପରାମର୍ଶ ଦେଇଥିଲେ । ସେହିପରି ଭାରତୀୟ ନାଗରିକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ସେ ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଧନ୍ୟାବାଦ ଜଣାଇଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ଆଲୋଚନା ପରେ ରୁଷ ରାଷ୍ଟ୍ରପତିଙ୍କ ସହ ସହ ମଧ୍ୟ ଆଲୋଚନା କରିଥିଲେ ।