ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ୫ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବେଳକୁ ବେଳ ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକୁ ୫ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ଚଳିତମାସ ୬ ତାରିଖଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଙ୍ଗବାଡ଼ି କେନ୍ଦ୍ର ବନ୍ଦ ରହିବ । ଏନେଇ ରାଜ୍ୟ ମହିଳା ଶିଶୁ କଲ୍ୟାଣ ବିଭାଗ ଡାଇରେକ୍ଟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି ।

ଗତ କିଛିଦିନ ଧରି ରାଜ୍ୟବାସୀ ତତଲା କଡ଼େଇରେ ସିଝୁଛନ୍ତି । ୪୪ ଡିଗ୍ରୀ ତାପମାତ୍ରା ସହ ବଲାଙ୍ଗିର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । ସେହିପରି ଟିଟିଲାଗଡ଼, ସୋନପୁର ଓ ଅନୁଗୁଳର ତାପମାତ୍ରା ୪୩ ଡିଗ୍ରୀ ଟପିଛି । ରାଜ୍ୟର ୧୬ଟି ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ରେକର୍ଡ ହୋଇଛି । ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ଆଉ ୩ ଡିଗ୍ରୀ ବଢ଼ିବ ବୋଲି ଆକଳନ କରାଯାଇଛି । ସୂଚନାଯୋଗ୍ୟ ଯେ, ତାତିକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲଗୁଡ଼ିକୁ ୫ ଦିନ ଛୁଟି ଘୋଷଣା କରାଯାଇଛି ।